ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ବର (କେନ୍ୟୁଜ୍) : ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଓ ୪୨ ବିଧାନସଭା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ପ୍ରକାଶ ସହ ଆରମ୍ଭ ହୋଇଯାଇଛି ନାମାଙ୍କନ ଦାଖଲ ପ୍ରକ୍ରିୟା । ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ ନାମାଙ୍କନ ପ୍ରକ୍ରିୟା । ୫ ତାରିଖରେ ନାମାଙ୍କନ ଯାଞ୍ଚ ହେବ । ୮ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିହେବ । ଆସନ୍ତା ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ପାଇଁ ଭୋଟ୍ ଗ୍ରହଣ ହେବ । ତୃତୀୟ ହେବାକୁ ଥିବା ୬ ଲୋକସଭା ମଧ୍ୟରେ ରହିଛି ସମ୍ବଲପୁର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର ଓ କେନ୍ଦୁଝର ଲୋକସଭା । ସେପଟେ ପ୍ରଥମ ପର୍ଯ୍ୟାୟ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି ।