Below header

ଆଜି ରାଜ୍ୟର ୬ ଲୋକସଭା ଓ ୪୨ ବିଧାନସଭା ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି

ତୃତୀୟ ପର‌୍ୟ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଓ ୪୨ ବିଧାନସଭା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ବିଜ୍ଞପ୍ତି ପ୍ରକାଶ ସହ ଆରମ୍ଭ ହୋଇଯିବ ନାମାଙ୍କନ ଦାଖଲ ପ୍ରକ୍ରିୟା । ଏପ୍ରିଲ ୪ ତାରିଖ ପର‌୍ୟ୍ୟନ୍ତ ଚାଲିବ ନାମାଙ୍କନ ପ୍ରକ୍ରିୟା । ୫ ତାରିଖରେ ନାମାଙ୍କନ ଯାଞ୍ଚ ହେବ । ୮ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିହେବ । ଆସନ୍ତା ୨୩ ତାରିଖରେ ତୃତୀୟ ପର‌୍ୟ୍ୟାୟ ପାଇଁ ଭୋଟ୍ ଗ୍ରହଣ ହେବ । ତୃତୀୟ ହେବାକୁ ଥିବା ୬ ଲୋକସଭା ମଧ୍ୟରେ ରହିଛି ସମ୍ବଲପୁର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର ଓ କେନ୍ଦୁଝର ଲୋକସଭା । ସେପଟେ ପ୍ରଥମ ପର‌୍ୟ୍ୟାୟ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.