ବିଜେଡିରେ ମିଶିଲେ ବିଜେପି ମୁଖପାତ୍ର ବିଶ୍ୱଜିତ୍‌ ମହାନ୍ତି

ଭୁବନେଶ୍ବର(କେନ୍ୟୁଜ୍) : ବିଜେଡିରେ ମିଶିଲେ ବିଜେପି ଓ କଂଗ୍ରେସର ନେତା । କଟକର ବିଜେପି ନେତା ତଥା ମୁଖପାତ୍ର ବିଶ୍ୱଜିତ ମହାନ୍ତି, ଆଠଗଡ଼ର ପୂର୍ବତନ ବିଧାୟକ ପ୍ରାର୍ଥୀ ତଥା ବିଜେପି ନେତା ବିଶେଶ୍ୱର ମିଶ୍ର, ତାରିଣୀସେନ ପତିଙ୍କ ସମେତ ବହୁ ବିଜେପି ଓ କଂଗ୍ରେସ ନେତା ନିଜର ସମର୍ଥକଙ୍କ ସହ ନବୀନନିବାସ ଆସି ବିଜେଡିରେ ସାମିଲ ହୋଇଛନ୍ତି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେମାନେ ଦଳରେ ମିଶିଛନ୍ତି । ନବୀନ ସେମାନଙ୍କୁ ବିଜେଡିକୁ ସ୍ୱାଗତ କରିଛନ୍ତି ।

ଏହାସହିତ ବିଜେପି ଓ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗଦେଇଛନ୍ତି ଭଦ୍ରକ ଚାନ୍ଦବାଲି ବ୍ଲକ ଚଡ଼ଦିଆ ପଞ୍ଚାୟତର ବହୁ ନେତା ଓ କର୍ମୀ । କଂଗ୍ରେସର ଚଡ଼ଦିଆ ପଞ୍ଚାୟତ ସଭାପତି ସମେତ ବହୁ କଂଗ୍ରେସ କର୍ମୀ ବିଜେଡିରେ ମିଶିଛନ୍ତି । ଅନ୍ୟ ଦଳରୁ କର୍ମୀ ଓ ନେତା ମିଶିବା ପରେ ବିଜେଡିର ସ୍ଥିତି ମଜଭୁତ ହେବ ବୋଲି କହିଛନ୍ତି ବିଧାୟକ ବ୍ୟୋମକେଶ ରାୟ ।

KNews Bureau

Share
Published by
KNews Bureau

Recent Posts

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

2 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

32 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

39 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

2 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

3 hours ago

ଖୋର୍ଦ୍ଧା ଜେଲ୍ ପାଲଟିଛି ବ୍ରାଉନସୁଗର କାରବାରର ନୂଆ ଠିକଣା

ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…

3 hours ago