ନାମାଙ୍କନ ଦାଖଲ କଲେ ବହୁ ହେଭିୱେଟ ନେତା

କେନ୍ୟୁଜ୍ : ଢେଙ୍କାନାଳ ଲୋକସଭା ଆସନ ପାଇଁ କଂଗ୍ରେସରୁ ନାମାଙ୍କନ ଦାଖଲ କରିଛନ୍ତି କାମାକ୍ଷା ପ୍ରସାଦ ସିଂଦେଓ। କଂଗ୍ରେସ କାର୍ଯ୍ୟାଳୟ ଗାନ୍ଧୀ ମନ୍ଦିରରୁ ନିଜର ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସିଥିଲେ କେପି ସିଂଦେଓ। ଏହାପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି।

ଅନୁଗୁଳ ଓ ଛେଣ୍ଡିପଦା ବିଧାନସଭା ଆସନ ପାଇଁ ବିଜେଡି, ବିଜେପି ଓ କଂଗ୍ରେସ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ଛେଣ୍ଡିପଦା ବିଧାନସଭା ପାଇଁ ବିଜେଡିର ସୁଶାନ୍ତ ବେହେରା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ସସ୍ମିତା ବେହେରା ନୋମିନେସନ କରିଛନ୍ତି । ସମସ୍ତ ପ୍ରାର୍ଥୀ ନିଜ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି ନାମାଙ୍କନ ଦାଖଲ କରିଛନ୍ତି । ସେପଟେ ଅନୁଗୁଳ ବିଧାନସଭା ପାଇଁ ବିଜେଡିରୁ ରଜନୀକାନ୍ତ ସିଂହ ଓ କଂଗ୍ରେସରୁ ବିପ୍ଳବ ଜେନା ନାମାଙ୍କନ ଦାଖଲ କରିଛନ୍ତି ।

ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ । ଏନେଇ ବହୁ ହେଭିୱେଟ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । କଟକ ଲୋକସଭା ଆସନ ପାଇଁ କଟକ ଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ଭର୍ତ୍ତୃହରି ମହତାବ। ସେହିପରି ବିଜେପି ପ୍ରାର୍ଥୀ ପ୍ରକାଶ ମିଶ୍ର ବି ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତା ୨୩ ତାରିଖରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ୱର ଲୋକସଭା ଆସନ ପାଇଁ ମତଦାନ ହେବ । ତୃତୀୟ ପର୍ଯ୍ୟାୟରେ ୪୨ ବିଧାନସଭା ଆସନ ପାଇଁ ମୋଟ ୧୦୪ଜଣ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ୬ ଲୋକସଭା ଆସନ ପାଇଁ ମୋଟ ୧୯ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ସେହିପରି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ନୋମିନେସନ ଚାଲିଛି । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ୯ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି ।

KNews Bureau

Share
Published by
KNews Bureau

Recent Posts

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

3 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

11 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

13 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

21 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

46 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

55 mins ago