Below header

ଆସନ୍ତା ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ହେବ ମତଦାନ

ଭୁବନେଶ୍ବର (କେନ୍ୟୁଜ୍) : ଆସନ୍ତା ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ହେବ ମତଦାନ । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା ଆସନ ସମେତ ଏହା ଅଧୀନରେ ଆସୁଥିବା ୪୨ଟି ବିଧାନସଭା ଆସନ ପାଇଁ ଭୋଟିଂ ହେବ । ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ମଇଦାନରେ ଅଛନ୍ତି ୫୨ ଜଣ ପ୍ରାର୍ଥୀ । ସେହିପରି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ୪୨ ବିଧାନସଭା ଆସନ ପାଇଁ ୩୪୬ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ଏମାନଙ୍କ ମଧ୍ୟରେ ୩୧୧ ଜଣ ପୁରୁଷ, ୩୪ ଜଣ ମହିଳା ଓ ଜଣେ ତୃତୀୟ ଲିଙ୍ଗ ପ୍ରାର୍ଥିୀ ଅଛନ୍ତି । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ୧୦ ହଜାର ୭୯୨ ବୁଥରେ ୪୯ ଲକ୍ଷ ୮ ହଜାର ୫୭୫ ପୁରୁଷ ଓ ୪୬ ଲକ୍ଷ ୫ ହଜାର ୬୯୪ ଜଣ ମହିଳା ଭୋଟର ଓ ୬୧୫ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ୯୫ ଲକ୍ଷ ୧୪ ହଜାର ୮୮୩ ଜଣ ଭୋଟର ମତଦାନ ସାବ୍ୟସ୍ତ କରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.