Below header

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର(କେନ୍ୟୁଜ୍) : ଆଜି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି । ଏପ୍ରିଲ ୯ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ୧୦ ତାରିଖରେ ନାମାଙ୍କନ ଯାଞ୍ଚ ହେବ । ୧୨ ତାରିଖ ରହିଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ । ଚତୁର୍ଥ ପର୍ଯ୍ୟାୟରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରପଡ଼ା ଓ ଜଗତସିଂହପୁର ୬ଟି ଲୋକସଭା ସହ ଏହା ଅଧିନରେ ଥିବା ୪୨ଟି ବିଧାନସଭା ପାଇଁ ନିର୍ବାଚନ ହେବ । ଏହି ସ୍ଥାନରେ ଏପ୍ରିଲ ୨୯ରେ ହେବ ଭୋଟିଂ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.