କ୍ୟାମ୍ପେନର ଶେଷ ଦୁଇ ଦିନ କେନ୍ଦ୍ରାପଡ଼ାରେ ଶକ୍ତି ପ୍ରଦର୍ଶନ କରୁଛି ବିଜେଡି, ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ମାଗୁଛନ୍ତି ନବୀନ

କେନ୍ୟୁଜ୍: ମୁଖ୍ୟମନ୍ତ୍ରୀଙ୍କ ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ । ପ୍ରଥମ ଏରସମାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇଥିଲେ ନବୀନ । ଦଳୀୟ ସଭାରେ କେନ୍ଦ୍ର ଉପରେ ବର୍ଷିଥିଲେ ମୁଖ୍ୟମନ୍ତ୍ରୀ । ନବୀନ କହିଛନ୍ତି, ନିର୍ବାଚନ ଆସିଲେ ବିଜେପି ନେତାଙ୍କ ଓଡ଼ିଶା କଥା ମନେପଡ଼େ । ପ୍ରାକୃତିକ ବିପର୍ଯ୍ୟୟ ବେଳେ କେନ୍ଦ୍ରୀୟ ନେତା ଆସିଲେନି । କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକାର ପାଇଲେଣି । ବିଜେପି କାଳିଆ ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛି । ମୁଁ ଥିବା ଯାଏ କାଳିଆକୁ କେହି ବନ୍ଦ କରିପାରିବେନି । ସରକାର ଗଠନର ପ୍ରଥମ ଦିନରେ ମିଳିବ ବାକି ଥିବା ଦୁଇଟି କିସ୍ତିର ୧୦ ହଜାର ଟଙ୍କା ମିଳିବ ବୋଲି ନବୀନ ପୁଣି ସ୍ୱଷ୍ଟ କରିଛନ୍ତି ।

ଏହା ପରେ ନବୀନ କେନ୍ଦ୍ରାପଡ଼ା ଗସ୍ତରେ ଯାଇଛନ୍ତି । ମହାକାଳପଡାରେ ବିଶାଳ ରୋଡ ସୋ କରୁଛନ୍ତି ମୁଖ୍ୟମନ୍ତ୍ରୀ। ହରିଆବାଙ୍କଛକରୁ ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ ଆରମ୍ଭ ହୋଇଛି। କ୍ୟାମ୍ପେନର ଶେଷ ଦୁଇ ଦିନ କେନ୍ଦ୍ରାପଡ଼ାରେ ଶକ୍ତି ପ୍ରଦର୍ଶନ କରୁଛି ବିଜେଡି । ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ମାଗୁଛନ୍ତି ନବୀନ । ସାରା ଦିନ ମହାକାଳପଡ଼ା ଓ ପାଟକୁରା ନିର୍ବାଚନ ମଣ୍ଡଳୀରେ ରୋଡ୍‌ ସୋରେ ଭୋଟରଙ୍କ ସମର୍ଥନ ଯୋଗାଡ଼ କରବେ । ବିଶାଳ ରୋଡ୍‌ ସୋ ସହ ବିଭିନ୍ନ ଛକରେ ଲୋକଙ୍କୁ ଉଦବୋଧନ ଦେବେ ନବୀନ ।

KNews Bureau

Share
Published by
KNews Bureau

Recent Posts

ବାଲେଶ୍ବରରେ ଗୋଷ୍ଠୀ ସଂଘର୍ଷ : ୨୦ ତାରିଖ ଦିନ ୧୦ଟା ଯାଏଁ ଇଣ୍ଟରନେଟ ସେବା ବନ୍ଦ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ୨୦ ତାରିଖ ସକାଳ ୧୦ଟା ଯାଏଁ ଇଣ୍ଟରନେଟ ସେବା ବନ୍ଦ ।  ଆବଶ୍ୟକ ପଡ଼ିଲେ ଇଣ୍ଟରନେଟ…

37 mins ago

ମହାନତା ଦେଖାଇଲେ ନୟାପଲ୍ଲୀ ଥାନା ଅଧିକାରୀ, ଗୁରୁତର ମହିଳାଙ୍କୁ ପହଁଚାଇଲେ ଡାକ୍ତରଖାନା

ଭୁବନେଶ୍ୱର (କେନ୍ୟୁଜ): ଆମେ ଥାଉ ଖବର ସଂଗ୍ରହ ଅନ୍ୱେଷଣରେ । ସେଦିନର ସଂଧ୍ୟା ସମୟର କଥା ମନରୁ ଲିଭିନୁ। ଘଟଣାଟି…

48 mins ago

ହୋମିଓପାର୍ଥିକ ଫାର୍ମାସିଷ୍ଟ ପଦବୀରେ ଚାକିରି ସୁଯୋଗ, ମାସକୁ ଦରମା ୧ ଲକ୍ଷ ଟଙ୍କା

ଯୁବପିଢି ସରକାରୀ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଇଚ୍ଛୁକ ପ୍ରାର୍ଥୀ ହୋମିଓପାଥିକ ଫାର୍ମାସିଷ୍ଟ ପଦବୀରେ ଯୋଗ୍ୟ…

49 mins ago

ବାହା ହେଲେ ନବୀନଙ୍କ ପୁତୁରା ଅରୁଣ ପଟ୍ଟନାୟକ, ନେଦରଲ୍ୟାଣ୍ଡରେ କଲେ ବିବାହ

ଭୁବନେଶ୍ୱର (କେନ୍ୟୁଜ): ବାହା ହେଲେ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ ।  ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କ…

54 mins ago

କର୍ଣ୍ଣାଟକରେ ବିଜେପି ନେତାଙ୍କ ହୃଦ୍‌ଘାତରେ ମୃତ୍ୟୁ, ପେଟ୍ରୋଲ ଓ ଡିଜେଲ୍‌ ଦରବୃଦ୍ଧିକୁ ନେଇ ଦେଇଥିଲେ ଧାରଣା

କର୍ଣ୍ଣାଟକରେ ଜଣେ ବିଜେପି ନେତାଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଛି । ଏଠାରେ ସେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ହଠାତ୍‌…

59 mins ago

ନିଟ୍‌ ମାମଲାରେ ଏନଟିଏକୁ ଜବାବ ମାଗିଲେ ସୁପ୍ରିମକୋର୍ଟ, ହେରଫେର ହୋଇଥିଲେ ସମୟ ପୂର୍ବରୁ ସୁଧାରନ୍ତୁ

ନିଟ୍‌ ପରୀକ୍ଷାକୁ ନେଇ ଉଠିଥିବା ବିବାଦ ଥମିବାରେ ନାଁ ଧରୁନି । ଆଜି ପୁଣି NEET ମାମଲାକୁ ନେଇ ସୁପ୍ରିମକୋର୍ଟରେ…

1 hour ago