କାଳିଆ ଯୋଜନାକୁ ବନ୍ଦ କରିବା ପାଇଁ ଚକ୍ରାନ୍ତ କରୁଛି ବିଜେପି : ନବୀନ ପଟ୍ଟନାୟକ

ସୁନ୍ଦରଗଡ଼(କେନ୍ୟୁଜ୍) : କାଳିଆ ଯୋଜନାକୁ ବନ୍ଦ କରିବା ପାଇଁ ଚକ୍ରାନ୍ତ କରୁଛି ବିଜେପି। କାଳିଆ ଯୋଜନାକୁ କେହି ବନ୍ଦ କରି ପାରିବେ ନାହିଁ। ସୁନ୍ଦରଗଡ଼ ଜିଲ୍ଲା ହେମଗିରି ନିର୍ବାଚନ ସଭାରୁ ବିଜେପିକୁ ଟାର୍ଗେଟ କରିଛନ୍ତି ବିଜେଡି ସୁପ୍ରିମୋ। ନବୀନ ପଟ୍ଟନାୟକ କହିଛନ୍ତି, ମୁଁ ଥିବା ଯାଏ କାଳିଆକୁ କେହି ବନ୍ଦ କରିପାରିବେନି। କାଳିଆ ଯୋଜନାରେ ୪୦ଲକ୍ଷ ଚାଷୀ ଉପକୃତ ହେଲେଣି। ସରକାର ଗଠନର ପ୍ରଥମ ଦିନରେ ବାକି ଥିବା ଦୁଇଟି କିସ୍ତି ପାଇବେ ଚାଷୀ। ଏକାଥରକେ ଚାଷୀଙ୍କ ଆକାଉଣ୍ଟରେ ୧୦ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ନବୀନ କହିଛନ୍ତି। ଏହାସହ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ନବୀନ କହିଥିଲେ, ନିର୍ବାଚନ ଆସିଲେ କେନ୍ଦ୍ରର ବଡ଼ ବଡ଼ ନେତାଙ୍କର ଓଡ଼ିଶା କଥା ମନେପଡେ। ପ୍ରଶ୍ନ କରିଥିଲେ, ରାଉରକେଲାରେ ବ୍ରାହ୍ମଣୀ ନଦୀରେ ଦ୍ୱିତୀୟ ସେତୁ କୁଆଡେ ଗଲା? SC/ST ପିଲାଙ୍କ ବୃତ୍ତି କାହିଁକି ବନ୍ଦ ହେଲା? ନବୀନ କହିଛନ୍ତି, ଓଡ଼ିଶାବାସୀ ବିଜେଡିର ହାଇକମାଣ୍ଡ। ବିଜେଡି ମହିଳାଙ୍କୁ ତାଙ୍କ ହକ୍‌ ଦେଇଛି। ମା’ମାନେ ହେଉଛନ୍ତି ବିକାଶର ପ୍ରକୃତ ଡବଲ ଇଞ୍ଜିନ। ସାଢେ ୪ କୋଟି ଓଡ଼ିଶାବାସୀ ମୋ ପରିବାର। ଶେଷ ନିଶ୍ୱାସ ପର୍ଯ୍ୟନ୍ତ ଓଡ଼ିଶାର ସେବା କରିବି। ବିଜେଡିକୁ ଆଶୀର୍ବାଦ କରିବା ପାଇଁ ଭୋଟରଙ୍କୁ ନିବେଦନ କରିଥିଲେ ନବୀନ ପଟ୍ଟନାୟକ। ଏହାପରେ ତଳସରା, ବଣେଇ, ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀରେ ମାରାଥନ୍‌ ପ୍ରଚାର କରିବେ ନବୀନ। ଶେଷରେ ରାଉରକେଲା ଓ ରଘୁନାଥପାଲ୍ଲୀରେ ହାଇଟେକ୍‌ ରୋଡ୍‌ ସୋରେ ନିର୍ବାଚନ ପ୍ରଚାର କରିବେ ବିଜେଡି ସୁପ୍ରିମୋ।

KNews Bureau

Share
Published by
KNews Bureau

Recent Posts

ରାଜ୍ୟରେ ଅସ୍ୱାଭାବିକ ମୃତ୍ୟର କାରଣ ପାଇଁ ପୋଷ୍ଟମୋର୍ଟମ ରିପୋର୍ଟକୁ ଅପେକ୍ଷା କରିବାକୁ ପଡ଼ିବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର (କେନ୍ୟୁଜ୍‌): ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସ୍ୱାଭାବିକ ମୃତ୍ୟକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା । ମୃତ୍ୟୁର କାରଣ ଜାଣିବାକୁ…

18 mins ago

କାକଟପୁରରେ ଭୋଟ ଦେଲେ ୧୧୧ବର୍ଷର ବୃଦ୍ଧ, ଭାବପ୍ରବଣ ହୋଇ କାନ୍ଦିପକାଇଲେ

କାକଟପୁର(କେନ୍ୟୁଜ୍‌): ଆଜି ଶେଷ ପର୍ଯ୍ୟାୟରେ କାକଟପୁର ନିର୍ବାଚନ ମଣ୍ଡଳୀରେ ୨୮୦ଟି ବୁଥରେ ଭୋଟ ଗ୍ରହଣ କାର୍ଯ୍ୟ ଚାଲୁରହିଛି । ଏହି…

29 mins ago

ବାଇକରେ ଟଙ୍କା ଭତ୍ତି ବ୍ୟାଗ୍‌ ରଖି ଆଖୁ ରସ ପିଉଥିଲେ, କିନ୍ତୁ ପିଇସାରି ମୁହଁ ବୁଲାଇବାବେଳକୁ ଟଙ୍କା ଗାୟବ

ଗଞ୍ଜାମ (କେନ୍ୟୁଜ) : ଆଖୁ ରସ ପିଉଥିଲେ ଏପଟେ ଲୁଟିନେଇ ଚାଲିଗଲେ । ହଁ ଆଜ୍ଞା ଆଖୁ ରସ ପିଉଥିବା…

46 mins ago

CBSE ୧୦ମ ଏବଂ ୧୨ଶ ସପ୍ଲିମେଣ୍ଟାରୀ ପରୀକ୍ଷା : ରେଜିଷ୍ଟ୍ରେସନ ଆରମ୍ଭ, ଜୁଲାଇ ୧୫ରେ ପରୀକ୍ଷା, ଜାଣନ୍ତୁ କେମିତି କରିବେ ଆବେଦନ

ସିବିଏସଇ ୧୦ମ ଏବଂ ୧୨ଶ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ୧୫ ଜୁଲାଇରୁ ଆରମ୍ଭ ହେବ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା…

56 mins ago

କେନ୍ଦ୍ର କର୍ମଚାରୀଙ୍କୁ ବଡ ଉପହାର, ଡିଏ ପରେ ଏବେ ଗ୍ରାଚ୍ୟୁଟିରେ ୨୫% ବୃଦ୍ଧି

କେନ୍ଦ୍ର କର୍ମଚାରୀଙ୍କ ପାଇଁ ବଡ ଆଶ୍ବସ୍ତିକର ଖବର । କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ାଯିବା ପରେ ସେମାନଙ୍କୁ ଆଉ ଏକ…

1 hour ago

ଦିଲ୍ଲୀ: ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଜଳିଗଲା ବିଲ୍ଡିଂ

ଦିଲ୍ଲୀର କାଶ୍ମୀରୀ ଗେଟ୍ ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣା ମେ’ ୩୧ ତାରିଖ ରାତିରେ…

1 hour ago