Below header

ଆଜି ତୃତୀୟ ପର୍ଯ୍ୟାୟ ନାମାଙ୍କନ ଦାଖଲର ଶେଷ ଦିନ , ପ୍ରାର୍ଥୀପତ୍ର ଦାଖଲ କରିବେ ବହୁ ହେଭିୱେଟ୍‌

ଭୁବନେଶ୍ବର(କେନ୍ୟୁଜ୍) : ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ । ଶେଷ ଦିନରେ ବହୁ ହେଓ୍ଵିୱେଟ ପ୍ରାର୍ଥୀପତ୍ର ଦାଖଲ କରିବେ । କଟକ ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଭତ୍ତୃହରି ମହତାବ ନୋମିନେସନ କରିବେ । ସେହିପରି ବିଜେପି ପ୍ରାର୍ଥୀ ପ୍ରକାଶ ମିଶ୍ର ବି ପ୍ରାର୍ଥୀ ପତ୍ର ଦାଖଲ କରିବେ । ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତା ୨୩ ତାରିଖରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ୱର ଲୋକସଭା ଆସନ ପାଇଁ ମତଦାନ ହେବ । ତୃତୀୟ ପର‌୍ୟ୍ୟାୟରେ ୪୨ ବିଧାନସଭା ଆସନ ପାଇଁ ମୋଟ ୧୦୪ଜଣ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ୬ ଲୋକସଭା ଆସନ ପାଇଁ ମୋଟ ୧୯ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସେହିପରି ଚତୁର୍ଥ ପର‌୍ୟ୍ୟାୟ ନିର୍ବାଚନ ପାଇଁ ନୋମିନେସନ ଚାଲିଛି । ଚତୁର୍ଥ ପର‌୍ୟ୍ୟାୟ ନିର୍ବାଚନ ପାଇଁ ୯ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.