ମେ ୧୯ରେ ପାଟକୁର ବିଧାନସଭା ଆସନ ପାଇଁ ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

ପାଟକୁରା (କେନ୍ୟୁଜ୍) : ମଇ ୧୯ ତାରିଖରେ ପାଟକୁରା ବିଧାନସଭା ଆସନ ପାଇଁ ହେବ ମତଦାନ । ଏ ନେଇ ନିର୍ବାଚନ କମିସନର ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିପାଇଁ ମଇ ୧ ତାରିଖରେ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି । ସେହିପରି ମେ’୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ୪ରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି । ପାଟକୁରା ବିଜେଡିର ବିଧାୟକ ପ୍ରାର୍ଥୀ ବେଦପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ ହୋଇଥିଲା। ଫଳରେ ଏଠାରେ ନିର୍ବାଚନକୁ ସ୍ଥଗିତ ରଖିଥିଲେ ନିର୍ବାଚନ କମିଶନ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.