Below header

କେନ୍ଦ୍ରାପଡା : ପ୍ରାର୍ଥିପତ୍ର ଦାଖଲ କଲେ ବହୁ ହେଭିୱେଟ୍

କେନ୍ଦ୍ରାପଡା : ସରିଲା ବିଜେଡିର ପାଟକୁରା ସସପେନ୍ସ । ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ଵାଲ। ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ସେ ତାଙ୍କ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ସେ ଏପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରି ନଥିଲେ। ପାଟକୁରାରେ ବେଦପ୍ରକାଶଙ୍କ ସହ ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ମୁକାବିଲା ହେବ। ୨୦୦୯ ବିଧାନସଭା ନିର୍ବାଚନରେ ବିଜୟ ମହାପାତ୍ର ଏଠାରୁ ପ୍ରାର୍ଥୀ ହୋଇ ବେଦପ୍ରକାଶଙ୍କଠାରୁ ହାରିଥିଲେ ।

ଆଳି ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରତାପ ଦେବ। ନିଜର ସମର୍ଥକଙ୍କ ସହ ଏକ ବିଶାଳ ଶୋଭାଯାତ୍ରାରେ ଆସି ସେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ମନୋନୟନ ପତ୍ର ଦାଖଲ କରିଛନ୍ତି।

ପାଟକୁରା ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ର। ଶହଶହ କର୍ମୀଙ୍କ ସହ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜୟ। ନିକଟରେ ବିଜେପିକୁ ଫେରିଛନ୍ତି ବିଜୟ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.