Below header

ଯାଜପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ ଦାସ

ଯାଜପୁର ଟାଉନ (କେ ନ୍ୟୁଜ୍‌) : ଯାଜପୁର ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ ଦାସ । ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ଆସି ପ୍ରଥମେ ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ପରେ ଯାଜପୁର ଉପଜିଲ୍ଲାପାଳ ଅଫିସରେ ପହଞ୍ଚି ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଦୀର୍ଘ ଦିନର ସସପେନ୍ସ ପରେ ଗତକାଲି ବିଜେଡି ସଭାପତି ନବୀନ ପଟ୍ଟନାୟକ ଯାଜପୁର ବିଧାନସଭା ଆସନ ପାଇଁ ତାଙ୍କ ନାମ ଘୋଷଣା କରିଥିଲେ । ଗତ ଦୁଇଟି ନିର୍ବାଚନ ୨୦୦୯ ଓ ୨୦୧୪ରୁ ପ୍ରଣବ ଯାଜପୁର ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇ ଆସୁଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.