ଏପ୍ରିଲ ୧୮ ତାରିଖରେ ସୁନ୍ଦରଗଡ଼ରେ ହେବ ଭୋଟଗ୍ରହଣ

ଆସନ୍ତା ୧୮ ତାରିଖରେ ସୁନ୍ଦରଗଡ଼ରେ ହେବ ଭୋଟଗ୍ରହଣ । ଏହା ପୂର୍ବରୁ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀମାନେ ଆରମ୍ଭ କରିଦେଇଛନ୍ତି ନିଜ ନିଜର ପ୍ରଚାର । ସୁନ୍ଦରଗଡ଼ ସଦର ଆସନରୁ ଲଗାତାର ଭାବେ ୨ ଥର ନିର୍ବାଚିତ ହୋଇଥିବା କଂଗ୍ରେସ ଦଳର ପୂର୍ବତନ ବିଧାୟକ ଯୋଗେଶ ସିଂ ବର୍ତ୍ତମାନ ବିଜେଡିରେ ସାମିଲ ହେବା ପରେ ପ୍ରଚାର ଆରମ୍ଭ କରିଦେଇଛନ୍ତି । ସେହିପରି ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇଥିବା କୁଶୁମ ଟେଟେ ପରାଜିତ ହେବା ପରେ ଦଳ ତାଙ୍କୁ ସୁନ୍ଦରଗଡ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷା ଭାବେ ନିଯୁକ୍ତି ଦେଇଥିଲା ।

ମାତ୍ର ଦଳ ତାଙ୍କୁ ଟିକେଟ ନଦେବା ପରେ ସେ ବର୍ତ୍ତମାନ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି । ସେପଟେ କଂଗ୍ରେସରୁ ବିଧାନସଭା ପ୍ରାର୍ଥୀ ହୋଇଛନ୍ତି ହେମାନନ୍ଦ ବିଶ୍ୱାଳଙ୍କ ଝିଅ ଅମିତା ବିଶ୍ୱାଳ । ଚଳିତ ବର୍ଷ ପ୍ରଥମ ଥର ଲାଗି ରାଜନୀତି ମଇଦାନକୁ ଓହ୍ଲାଇଥିବା ଅମିତା ବିଜୟୀ ହେବା ନେଇ ଆଶାବାଦୀ ଅଛନ୍ତି । ସୁନ୍ଦରଗଡ ସଦର ନିର୍ବାଚନ ମଣ୍ଡଳୀ ପାଇଁ କୌଣସି ପ୍ରାର୍ଥୀ ମନୋନୟନ ପତ୍ର ଦାଖଲ କରିନଥିବାବେଳେ ଟିକେଟ ପାଇଥିବା ପ୍ରାର୍ଥୀ ପ୍ରଚାର ଆରମ୍ଭ କରିଦେଇଛନ୍ତି

 

KNews Bureau

Share
Published by
KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

18 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

26 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

43 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago