ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା, ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷିବ

ଭୁବନେଶ୍ବର(କେନ୍ୟୁଜ୍): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା। ଆହୁରି ତିନି ଦିନ ବର୍ଷିବ। ଆଜି ଓ ଆସନ୍ତାକାଲି ବର୍ଷାର ପରିମାଣ ଅଧିକ ରହିବ। ଆଜି ୧୦ ଜିଲ୍ଲା ମୟୂରଭଞ୍ଜ, ସୋନପୁର, କେନ୍ଦୁଝର, ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, କନ୍ଧମାଳ,ରାୟଗଡ଼ା, ନୟାଗଡ଼ ଓ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ମଧ୍ୟ ଦକ୍ଷିଣ ଓଡ଼ିଶା ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଡଭାଇଜରୀ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ବନ୍ୟା ଆଶଙ୍କା ଥିବାରୁ ସେସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ସମସ୍ତ ପରିସ୍ଥିତିର ମୁକାବିଲା ସହ ତଳି ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର କରି ଆଶ୍ରୟସ୍ଥଳୀରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଖାଦ୍ୟ, ପାନୀୟ ଓ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବାକୁ ଜିଲ୍ଲାପାଳମାନଙ୍କୁ କହିଛନ୍ତି ଏସଆରସି। ଜଳମଗ୍ନ ହୋଇ ପଡୁଥିବା ରାସ୍ତା ଓ ବ୍ରିଜରେ ଗାଡ଼ିମୋଟର ଚଳାଚଳ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Leave A Reply

Your email address will not be published.