ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ବଢିବା ପରେ ରଥନିର୍ମାଣ ଓ ରଥଯାତ୍ରା ହେବ କି ନାହିଁ? ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ
ପୁରୀ: ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ବଢିବା ପରେ ରଥନିର୍ମାଣ ଓ ରଥଯାତ୍ରା ହେବ କି ନାହିଁ ସେ ସମ୍ପର୍କରେ ବୈଠକରେ ଆଲୋଚନା ହେବ। ଅପରାହ୍ନ ୪ଟାରେ ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୈଠକ ବସିବ। ଗ୍ରୀନ୍ ଜୋନ୍ରେ ରହିଛି ପୁରୀ ଜିଲ୍ଲା। ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ହୋଇଥିବାବେଳେ ଆଗକୁ ରଥନିର୍ମାଣ ଆଗେଇବ କି ନାହିଁ ସେନେଇ ବୈଠକରେ ନିଷ୍ପତ୍ତି ନିଆଯିବ। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସ୍ପି ଓ ପରିଚାଳନା କମିଟି ସଦସ୍ୟ ପ୍ରମୁଖ ଉପସ୍ଥିତ ରହି ଆଲୋଚନା କରିବେ।