ଭୁବନେଶ୍ୱର: ବିଜେଡି ନେତା ସୁବାସ ଚୌହାନଙ୍କ ପରଲୋକ। ୫୪ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ବିଳମ୍ବିତ ରାତି ୩ଟା ୫ ସମୟରେ ପରଲୋକ ହୋଇଥିବା ସୂଚନା ମିଳିଛି। ଦୀର୍ଘ ଦିନ ଧରି ସେ କ୍ୟାନସରରେ ପିଡୀତ ହୋଇ ଚିକିତ୍ସିତ ହେଉଥିଲେ । ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଥିଲେ ସୁବାସ। ୧୯୯୫ରୁ ୨୦୦୦ ପର୍ଯ୍ୟନ୍ତ ହିନ୍ଦୁ ଜାଗରଣ ମଞ୍ଚ ସଭାପତି ଥିଲେ।
୨୦୧୯ ମାର୍ଚ୍ଚରେ ସେ ବିଜେଡିରେ ସାମିଲ ହୋଇଥିଲେ। ୨୦୧୯ ସେପ୍ଟେମ୍ବର ୧୮ରୁ ସେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ହୋଇଥିଲେ ସୁବାସ। ତାଙ୍କ ବିୟୋଗରେ ରାଜନୈତିକ ମହଲ ସହ ସମଗ୍ର ବରଗଡ଼ ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି।ସୁବାସ ଚୌହାନଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ। ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି ନବୀନ। ତାଙ୍କ ଜନକଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।