୨୪ ଘଣ୍ଟାରେ ୧୪ ଜିଲ୍ଲରେ ଘାଇଲା କରିବ କାଳବୈଶାଖୀ, ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ, ସେପଟେ ତାଳଚେରରେ ପ୍ରଥମ ଅଂଶୁଘାତ ମୃତ୍ୟୁ ଅଭିଯୋଗ

କେନ୍ୟୁଜ୍ (ବ୍ୟୁରୋ): ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୪ଟି ଜିଲ୍ଲରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି। ତେବେ, ଏଥିମଧ୍ୟରୁ ୧୦ଟି ଜିଲ୍ଲାରେ ଏହି ସମୟ ମଧ୍ୟରେ କାଳବୈଶାଖୀର ଅଧିକ ପ୍ରଭାବ ଦେଖିବାକୁ ମିଳିବ ବୋଲି ଜଣା ପଡିଛି।  ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ଆସନ୍ତାକାଲି ମଧ୍ୟାହ୍ନ ପର୍ଯ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ୱର ସ୍ଥିତ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନାରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତର, ଉତ୍ତର ଆଭ୍ୟନ୍ତର ଓ ଉପକୂଳ ସମେତ ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ସୋନପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଅନୁଗୁଳ ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବ।

sunstroke dead

ସେପେଟେ  ତାଳଚେରରେ ପ୍ରଥମ ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ ସ୍କଟଲାଣ୍ଡପୁର ଗାଁର ଛବି ଗୋଚ୍ଛାୟତ । ସେ ପାଖ ଗାଁକୁ କାମ କରିବାକୁ ଯାଇଥିଲେ । ଆସିବା ବେଳେ ପ୍ରଖର ଖରାରେ ଜଙ୍ଗଲରେ ପଡି ତାଙ୍କର ମୃତ୍ୟୁ ହୋଇଥିଲା। ସେ ଅଂଶୁଘାତରେ ପ୍ରାଣ ହରାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ବହୁ ଖୋଜାଖୋଜି କରିବା ପରେ ଆଜି ତାଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ତାଳଚେର ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

 

 

Leave A Reply

Your email address will not be published.