ଝାରୁସୁଗୁଡ଼ା: ରାଏଗଡ ଜେଲରେ ଥିବା ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ପୂର୍ବତନ ବିଧାୟକ ଅନୁପ ସାଏ କରୋନା ପଜିଟିଭ୍ । ସୂଚନା ଅନୁଯାୟୀ, ଗତକାଲି ରାତିରେ ହଠାତ୍ ତାଙ୍କର ପେଟରେ ଯନ୍ତ୍ରଣା ଅନୁଭବ ହୋଇଥିଲା।
ଏହାପରେ ତାଙ୍କୁ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତି କରାଯିବାପରେ ସେଠାରେ କରୋନା ଟେଷ୍ଟ ପାଇଁ ସ୍ୱାବ ନିଆଯାଇଥିଲା । ଏହାପରେ ରାତିରେ ତାଙ୍କର ରିପୋର୍ଟ ପଜିଟିଭ ଆସିଥିବା ଜେଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଅନୁପ ପ୍ରଥମେ ଜିନ୍ଦଲ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଏବେ କୋଭିଡ ହସ୍ପିଟାଲରେ ଭର୍ତି ହୋଇଛନ୍ତି ।