କେନ୍ୟୁଜ୍(ବ୍ୟୁରୋ): ଭୁବନେଶ୍ବରରେ ଦିନକୁଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜଧାନୀର ବିଭିନ୍ନ ୱାର୍ଡରୁ ଆଜି ୪୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୪୨୫ରେ ପହଂଚିଛି । ଆଜି ଭୁବନେଶ୍ୱରରେ ୨୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣେ ଲୋକଙ୍କର ମୃତ୍ୟୁ ହୋଇଛି। ବିଏମସି ତରଫରୁ ଏହି ସୂଚନା ଦିଆଯାଇଛି।
Update on newly detected & cured #COVID19 cases in the last 24 hrs under the BMC area on 31st Aug 2020(till 9am).
The ward wise active cases, cured cases are shared. pic.twitter.com/JjOrYFCtGi
— BMC (@bmcbbsr) August 31, 2020
ବିଏମ୍ସି ସୂଚନା ଅନୁସାରେ ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ହଜାର ୪୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୬ ହଜାର ୩୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ୪ ହଜାର ୩୮ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ଥିବା ବେଳେ ୪୨ ଜଣଙ୍କର ମୃତ୍ୟୁ ହୋଇଥିବା ବିଏମସି ତରଫରୁ ସୂଚନା ମିଳିଛି ।