ସାମାନ୍ୟ ବଢିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦,୪୨୦ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୪୨୦ଟଙ୍କାରେ ପହଞ୍ଚିଥିବା ରେକର୍ଡ ହୋଇଛି। ସେହିଭଳି ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ସୁନା ଦର ୫୨,୮୫୦ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ଦର ୪୮,୪୫୦ଟଙ୍କାରେ ପହଞ୍ଚିଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ମୂଲ୍ୟ ୪୯,୪୨୦ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୫୦,୪୨୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୪୦୦ ଟଙ୍କା ଓ ୫୩,୩୫୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮, ୪୫୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୮୫୦ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୯୨୦ ଟଙ୍କା ଓ ୫୨, ୮୩୦ ଟଙ୍କା ରହିଛି ।
ଅନ୍ୟପଟେ ଆଜି ରୁପା ଦର ମଧ୍ୟ କିଲୋଗ୍ରାମ ପ୍ରତି ୬୨,୦୦୦ଟଙ୍କା ଥିବା ରେକର୍ଡ ହୋଇଛି।