ଏଇଠି ଜାଣନ୍ତୁ ଆଜି କେତେ ଅଛି ଆପଣଙ୍କ ସହରରେ ପେଟ୍ରୋଲ-ଡିଜେଲ ଦାମ୍‌

ଆଜି ପେଟ୍ରୋଲ ଓ ଡିଜେଲ ଦର ସାମାନ୍ୟ କମିଛି। ଗତକାଲି ତୁଳନାରେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ସାମାନ୍ୟ ହ୍ରାସ ହୋଇଛି। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ଦାମ ରହିଛି ୮୧ ଟଙ୍କା ୪୯ ପଇସା । ସେହିପରି ଡିଜେଲ ପ୍ରତି ଲିଟର ପିଛା ୭୬ ଟଙ୍କା ୦୧ ପଇସା ହୋଇଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ:

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Leave A Reply

Your email address will not be published.