ବଢ଼ିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨୯୦ ଟଙ୍କା ବଢ଼ିଛି। ସେହିପରି ୨୪ କ୍ୟାରେଟ ସୁନା ଦର ୩୧୦ ଟଙ୍କା ଅଧିକ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୬୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୪,୧୦୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୦୫୦ ଟଙ୍କା ଓ ୫୧,୩୩୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୦,୧୨୦ ଟଙ୍କା ଓ ୫୧,୧୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୬୦୦ ଟଙ୍କା ଓ ୫୪,୧୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୩୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୧୦୦ ଟଙ୍କା ଓ ୫୧,୭୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୫୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୩,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।