ସାମାନ୍ୟ କମିଲା ସୁନା ଦର, ପାର୍ବଣରେ ଘରକୁ ଆଣନ୍ତୁ ସ୍ୱର୍ଣ୍ଣ ଅଳଙ୍କାର

ସାମାନ୍ୟ କମିଛି ସୁନା ଦର। ଗତକାଲି ତୁଳନାରେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୬୪୦ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୬୪୦ଟଙ୍କାରେ ପହଞ୍ଚିଛି। ସେହିଭଳି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭, ୨୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୪୯୦ ଟଙ୍କା ଛୁଇଁଛି।

goldଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯, ୬୪୦ଟଙ୍କା ଓ ୫୦,୬୪୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୩୧୦ ଟଙ୍କା ଓ ୫୩,୭୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୭୦୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୯୫୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୯୦୦ ଟଙ୍କା ଓ ୫୧,୪୦୦ ଟଙ୍କା ରହିଛି । ସେହିଭଳି ଅନ୍ୟପଟେ ରୁପା ଦର କିଲୋ ପିଛା ୬୨,୦୦୦ଟଙ୍କା ଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.