ଭୁବନେଶ୍ବର: ଆସୁଛି ପୁଣି ଏକ ଲଘୁଚାପ। ୨୯ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ନଭେମ୍ବର ୧ରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ । ୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସେପଟେ ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତାକାଲି ସୁଦ୍ଧା ମୌସୁମୀ ବାୟୁ ଦେଶରୁ ସଂପୂର୍ଣ୍ଣ ଅପସାରିତ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।