କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ଗତକାଲି ତୁଳନାରେ ଆଜି ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି, ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧୭୦ ଟଙ୍କା କମିଛି । ସେହିପରି ୨୪ କ୍ୟାରେଟ ସୁନା ଦର ୧୭୦ ଟଙ୍କା କମିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୬୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୬୮୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୪୧୦ ଟଙ୍କା ଓ ୫୧,୭୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୬୮୦ ଟଙ୍କା ଓ ୫୦,୬୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୧୦୦ ଟଙ୍କା ଓ ୫୨,୫୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୪୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୭୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୦୦୦ ଟଙ୍କା ଓ ୫୨,୬୦୦ ଟଙ୍କା ରହିଛି ।

Leave A Reply

Your email address will not be published.