ଏଥର ବିଳମ୍ବ ହେବ ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷା, ସୂଚନା ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ, ଡିସେମ୍ବର ୩୧ ପରେ ସ୍କୁଲ ଖୋଲିବା ଉପରେ ନିଷ୍ପତ୍ତି
ଭୁବନେଶ୍ବର: ଏଥର ବିଳମ୍ବରେ ହେବ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା । ୩ ମାସ ପଠପଢା ପରେ ପରୀକ୍ଷା ବ୍ୟବସ୍ଥା କରାଯିବ । ଯଦି ସର୍ବଭାରତୀୟ ସ୍ତରରେ ପରୀକ୍ଷା ବନ୍ଦ ପାଇଁ ନିଷ୍ପତ୍ତି ହୁଏ ତେବେ ରାଜ୍ୟରେ ପରୀକ୍ଷା ବନ୍ଦ ହୋଇପାରେ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।
କରୋନା କଟକଣା ପାଇଁ ଦୀର୍ଘ ମାସ ଧରି ସ୍କୁଲ ବନ୍ଦ ରହିଥିବାବେଳେ ଡିସେମ୍ବର ୩୧ ପରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବା ଉପରେ ନିଷ୍ପତ୍ତି ହୋଇପାରେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।