ପୁଣି କମିଲା ସୁନା ଦାମ୍। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୨୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୨୫୦ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୧୦୦ ଟଙ୍କା ଓ ୪୯,୧୦୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୨୫୦ ଟଙ୍କା ଓ ୪୮,୨୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୬୦ ଟଙ୍କା ଓ ୫୧,୪୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୯୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୮୨୦ ଟଙ୍କା ଓ ୫୨,୦୨୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୪,୭୦୦ ଟଙ୍କା ଥିବା ରେକର୍ଡ ହୋଇଛି।