ଯାଜପୁରରେ ଭୟାବହ ଅଗ୍ନିକାଣ୍ଡ, ୯ ବଖରା ଘର ଭସ୍ମୀଭୂତ

ଯାଜପୁର (କେନ୍ୟୁଜ): ଭୟାବହ ଅଗ୍ନିକାଣ୍ଡ। ଚାହୁଁ ଚାହୁଁ ଜଳିଗଲା ୯ ବଖରା ଘର। ବାସହରା ହେଲେ ପରିବାର। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ବରୀ ବ୍ଲକ ବାଇଁଶିରିଆ ପଂଚାୟତ ହରିସ୍ଥାନ ସାହିରେ। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଗ୍ନିକାଣ୍ଡ। ନିଆଁ ଲାଗିବାର କାରଣ ସ୍ପଷ୍ଟ ଜଣାପଡିନଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତି ପୋଡି ପାଉଁଶ ହୋଇଯାଇଛି।

fire mishap 1

ଅଗ୍ନିଶମ ବିଭାଗର କର୍ମଚାରୀମାନେ ପହଂଚି ନିଆଁକୁ ଆୟତ୍ତ କରିଥିଲେ। ଏହି ଅଗ୍ନିକାଣ୍ଡରେ ୯ଟି ପରିବାର ବାସହରା ହୋଇଥିବା ବେଳେ ତୁରନ୍ତ ବିପନ୍ନମାନଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ସ୍ଥାନୀୟ ଲୋକମାନେ ଦାବି କରିଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.