ଗୁଣି ଗାରେଡି ସନ୍ଦେହରେ ବିଭତ୍ସ ହତ୍ୟା : ଗଳାକାଟି ମାରିଦେବା ପରେ ମୁଣ୍ଡକୁ ପୋଡ଼ି ଦେଲେ ଦୁର୍ବୃତ୍ତ

କାଲିମେଳା: ଗୁଣି ଗାରେଡି ସନ୍ଦେହରେ ବିଭତ୍ସ ହତ୍ୟାକାଣ୍ଡ । ଗାଁର ଜଣେ ବ୍ୟକ୍ତିଙ୍କ ଗଳାକାଟି ହତ୍ୟା କରିବା ସହ ପ୍ରମାଣ ନଷ୍ଟ କରିବା ପାଇଁ ମୁଣ୍ଡକୁ ପୋଡ଼ିଦେଇ, ଶରୀରକୁ ଶାବେରୀ ନଦୀ କୂଳରେ ପୋତି ଦେଇଥିବା ଜଣାପଡିଛି । ମାଲକାନାଗିରି ଜିଲ୍ଲା ପଡିଆ ବ୍ଳକ ନନ୍ଦାଗୁଡା ଗାଁରେ ଘଟିଛି ଏହି ବୀଭତ୍ସ ହତ୍ୟାକା‌ଣ୍ଡ।

ସୂଚନା ଅନୁଯାୟୀ ନନ୍ଦାଗୁଡା ଗାଁର କିଛି ଲୋକ ସେହି ଗାଁର କାରାମ କାନାଙ୍କୁ ଘରୁ ଡାକିଆଣି ଘର ସମ୍ମୁଖରେ ଏକ ଦାଆ ସାହାଯ୍ୟରେ ଗଳା କାଟି ହତ୍ୟା କରିଥିଲେ । ପ୍ରମାଣ ନଷ୍ଟ ପାଇଁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଘର ଠାରୁ ନେଇ ୨ କିମି ଦୂରରେ ଥିବା ଶାବେରୀ ନଦୀ କୂଳରେ ମୁଣ୍ଡକୁ ଶରୀରରୁ ଅଲଗା କରି ପୋଡିଦେଇଥିଲେ ।

ମୃତକଙ୍କ ପତ୍ନୀ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପଚରାଉଚରା କରିବା ସହ ମୃତ ଶରୀର ପୋତାଯାଇଥିବା ସ୍ଥାନ ଚିହ୍ନଟ କରିଥିଲା । ଏଥିସହ କୋରାପୁଟରୁ ସାଇଣ୍ଟିଫିକ୍‌ ଟିମ୍‌ ଆସିବା ପରେ ଏଗଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା ମୋଟୁ ତହସିଲଦାର ଶଶାଙ୍କ ମିଶ୍ରଙ୍କ ଉପସ୍ଥିତିରେ ମୃତଦେହକୁ ଗଭୀର ବାଲିରୁ ଉଦ୍ଧାର କରାଯାଇଛି ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତି ଥିବା ସନ୍ଦେହ କରି ଗାଁର କିଛି ଲୋକଙ୍କୁ ଥାନାକୁ ନେଇ ପଚରାଉଚରା କରାଯାଉଥିବା ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.