ସ୍ଥିର ରହିଛି ପେଟ୍ରୋଲ ଡିଜେଲ୍‌ ଦର, ଜାଣନ୍ତୁ ଆଜି କେତେ ରହିଛି ଦାମ୍‌

ଲଗାତର ତୈଳ ଦର ବୃଦ୍ଧି ରହିଥିବାବେଳେ ଆଜି ପେଟ୍ରୋଲ ଓ ଡିଜେଲ ଦରରେ ସାମାନ୍ୟ ପରିବର୍ତ୍ତନ ଘଟିଥିବା ଲକ୍ଷ କରାଯାଇଛି । । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୮୪ ଟଙ୍କା ୩୪ ପଇସାରେ ପହଁଚିଥିବା ବେଳେ ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୮୦ ଟଙ୍କା ୪୬ ପଇସା ଛୁଇଁଥିବା ଜଣାପଡ଼ିଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

petrol priceପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

Leave A Reply

Your email address will not be published.