ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୭୨୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୪୯,୭୨୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୭୧୦ ଟଙ୍କା ଓ ୫୦,୯୫୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ ସାମାନ୍ଯ ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୭୨୦ ଟଙ୍କା ଓ ୪୯,୭୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୭୮୦ ଟଙ୍କା ଓ ୫୩,୨୧୦ ଟଙ୍କା ରହିଛି।
ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୨୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୫୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୪୨୦ ଟଙ୍କା ଓ ୫୨,୧୨୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ କିଲୋଗ୍ରାମ ପିଛା ୩୦୦ ଟଙ୍କା କମି ୬୬,୬୦୦ ଟଙ୍କା ରହିଥିବା ରେକର୍ଡ ହୋଇଛି।