ବ୍ରହ୍ମପୁର: ରାସ୍ତା ଉପରେ ଓଲଟିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର। ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ତାମ୍ପରା ନିକଟ ୧୬ନମ୍ବର ଜାତୀୟ ରାଜପଥରେ ଏକ ଗ୍ୟାସ ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।
ପ୍ରବଳ କୁହୁଡୁ ଯୋଗୁଁ ଟ୍ୟାଙ୍କରଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଟ୍ୟାଙ୍କରରୁ ସୁରକ୍ଷିତ ଉଦ୍ଧାର କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି ।