କମିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଦାମ୍

ସୋମବାର ଉପସ୍ଥାପିତ ସାଧାରଣ ବଜେଟ ପେଟ୍ରୋଲ ଉପରେ ଅଢେଇ ଟଙ୍କା ଓ ଡିଜେଲ୍ ଉପରେ ଲିଟର ପିଛା ୪ ଟଙ୍କା କୃଷି ସେସ୍ ଲଗାଇବାକୁ ଘୋଷଣା କରିଛନ୍ତି ଅର୍ଥ ମନ୍ତ୍ରୀ। କିନ୍ତୁ ବାସ୍ତବରେ ଏହି ସେସ୍ ଲାଗିଲେ ମଧ୍ୟ ପେଟ୍ରୋଲ ଓ ଡିଜେଲ୍ ଦରରେ କୌଣସି ବୃଦ୍ଧି ଘଟିବ ନାହିଁ। ଦିନକୁ ଦିନ ମହଙ୍ଗା ହୋଇଚାଲିଛି ପେଟ୍ରୋଲ ଓ ଡିଜେଲ ଦରଦାମ୍। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୮୬ ଟଙ୍କା ୮୧ପଇସା ରହିଛି। ସେହିପରି ଡିଜେଲ ଦାମ୍ ପ୍ରତି ଲିଟର ପିଛା ରହିଛି ୮୩ ଟଙ୍କା ୬୯ ପଇସା।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

petrol price

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Leave A Reply

Your email address will not be published.