କଳାହାଣ୍ଡି କର୍ଲାପାଟରେ ୨ ସପ୍ତାହରେ ୬ ହାତୀଙ୍କ ମୃତ୍ୟୁ ଘଟଣା: ଉଦ୍‌ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): କଳାହାଣ୍ଡି କର୍ଲାପାଟରେ ୨ ସପ୍ତାହରେ ୬ ହାତୀଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବେଗ। ଜାତୀୟ ସ୍ତରର ବିଶେଷଜ୍ଞମାନଙ୍କ ପରାମର୍ଶ ନେଇ ହାତୀ ମୃତ୍ୟୁ ରୋକିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ନବୀନ, କାରଲାପାଟ ହାତୀ ମୃତ୍ୟୁ ସଂପର୍କରେ ସମୀକ୍ଷା କରିଥିଲେ। ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଶୁ ସମ୍ପଦ ବିଭାଗ ମିଳିତ ଭାବେ ପଦକ୍ଷେପ ନେଇ ହାତୀ ମୃତ୍ୟୁ ରୋକିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଓ ଦେଶର ବିଶେଷଜ୍ଞମାନଙ୍କ ପରାମର୍ଶ ନେଇ ଆବଶ୍ୟକ ପଦକ୍ଷେପ ନେବାକୁ କହିଛନ୍ତି। ଅଭୟାରଣ୍ୟ ଓ ତାର ଆଖପାଖ ଅଞ୍ଚଳରେ ଥିବା ଗାଁଗୁଡିକରେ ଥିବା ଗୃହପାଳିତ ପଶୁମାନଙ୍କର ଟିକାକରଣ ସୁନିଶ୍ଚିତ କରିବାକୁ ଜିଲ୍ଲାପାଳ, ଡିଏଫଓ ଓ ଜିଲ୍ଲା ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଅଭୟାରଣ୍ୟରେ ଥିବା ସମସ୍ତ ଜଳାଶୟଗୁଡିକୁ ତୁରନ୍ତ ବିଶୋଧନ କରିବା ଏବଂ ତୁରନ୍ତ ଜଳର ନମୂନା ପରୀକ୍ଷା କରିବାକୁ ନବୀନ ନିର୍ଦ୍ଦେଶ ଦେଇଛନ୍ତି। କଳାହାଣ୍ଡିର କାରଲାପାଟ ଅଭୟାରଣ୍ୟରେ ଗତ ୨ ସପ୍ତାହ ମଧ୍ୟରେ ୬ଟି ହାତୀଙ୍କ ମୃତ୍ୟୁ ହୋଇଛି। ବିଶେଷଜ୍ଞ କହୁଛନ୍ତି, ହାତୀମାନେ ଏକ ବ୍ୟାକ୍ଟେରିଆ ଦ୍ୱାର ସଂକ୍ରମିତ ହୋଇ ହେମୋରାଜିକ ସେପ୍ଟିସେମିଆ ରୋଗରୁ ମୃତ୍ୟୁବରଣ କରିଛନ୍ତି। ଏହି ଦଳରେ ଥିବା ୮ଟି ହାତୀରୁ ୬ଟିର ମୃତ୍ୟୁ ଘଟିଛି। ଏହି ଅଞ୍ଚଳରେ ଆଉ ଦୁଇଟି ହାତୀ ଦଳ ରହିଛନ୍ତି।

ସେହି ଦଳଗୁଡିକୁ ଟ୍ରାକ୍‌ କରାଯାଇ ସେମାନେ ଯେପରି ସଂକ୍ରମିତ ଦଳର ସଂସ୍ପର୍ଶରେ ନ ଆସିବେ, ସେଥିପାଇଁ ପଦକ୍ଷେପ ନିଆଯାଉଛି। Project Elephantର IG ଏବଂ Wildlife Institute of Indiaର ନିର୍ଦ୍ଦେଶକଙ୍କୁ ଓଡିଶାକୁ ଏକ ଟିମ୍‌ ପଠାଇ ପ୍ରତିରୋଧକ ବ୍ୟବସ୍ଥା ଓ ପରାମର୍ଶ ପାଇଁ ଅନୁରୋଧ କରାଯାଇଛି।…

Leave A Reply

Your email address will not be published.