ପୁଣି କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୬୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୬,୬୯୦ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୪୦୦ ଟଙ୍କା ଓ ୪୭,୩୫୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୬୯୦ ଟଙ୍କା ଓ ୪୬,୬୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୫୫୦ ଟଙ୍କା ଓ ୪୯,୬୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୭୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୧୬୦ ଟଙ୍କା ଓ ୪୮,୮୬୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୯,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।