ସ୍ଥିର ରହିଛି ସୁନା ଦାମ୍, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ସ୍ଥିର ଅଛି ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୧୬୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୨,୦୧୦ ଟଙ୍କା ଓ ୪୫,୮୩୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୩,୯୬୦ ଟଙ୍କା ଓ ୪୪,୯୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୧୫୦ ଟଙ୍କା ଓ ୪୮,୧୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୩୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୬,୨୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୨୭୦ ଟଙ୍କା ଓ ୪୬,୯୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୭,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.