ବଢ଼ିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୪୩,୬୨୦ ଟଙ୍କାରେ ପହଞ୍ଚିଥିବା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୪୪,୬୨୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୧,୩୫୦ ଟଙ୍କା ଓ ୪୫,୧୧୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୩,୬୨୦ ଟଙ୍କା ଓ ୪୪,୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୩,୫୦୦ ଟଙ୍କା ଓ ୪୭,୪୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୧,୯୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୫,୭୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୩,୯୫୦ ଟଙ୍କା ଓ ୪୬,୬୭୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦୦୦ ଟଙ୍କା ବଢ଼ି ୬୫,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।