କଣ ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି, ତାହେଲେ ଏଇଠି ପାଇପାରିବେ ସୁନା ମୂଲ୍ୟର ତାଜା ଅପଡେଟ। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୧୦ ଟଙ୍କା କମି ଦଶ ଗ୍ରାମ ପ୍ରତି ୪୪,୯୫୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧୧୦ ଟଙ୍କା କମି ୪୫,୯୫୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୩୦୦ ଟଙ୍କା ହ୍ରାସ ପାଇ ୪୪, ୬୦୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୩୩୦ ଟଙ୍କା ହ୍ରାସ ପାଇ ୪୮, ୬୬୦ ଟଙ୍କା ରହିଛି ।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୯୫୦ ଟଙ୍କା ଓ ୪୫,୯୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୨୫୦ ଟଙ୍କା ଓ ୫୦, ୪୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୭୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୮୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭, ୪୪୦ ଟଙ୍କା ଓ ୪୯,୦୭୦ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୫୦୦ ଟଙ୍କା ବଢ଼ି ୭୦,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।