ସୁନା ମୂଲ୍ଯ ଜାଣିବାକୁ ଚାହୁଁଛନ୍ତି କି ? ଏଠାରେ ଜାଣିପାରିବେ ସୁନାର ତାଜା ଅପଡେଟ୍

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ତାହେଲେ ଏଇଠାରେ ପ୍ରତିଦିନ ଏଠାରେ ପାଇପାରିବେ ସୁନା ମୂଲ୍ୟର ତାଜା ଅପଡେଟ । ଆଜି ପୁଣି ବଢିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୬୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୬,୬୪୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୩୧୦ ଟଙ୍କା ବୃଦ୍ଧି ପାଇ ୪୫,୪୫୦ ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୩୧୦ ଟଙ୍କା ବୃଦ୍ଧି ପାଇ ୪୯,୫୯୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୬୪୦ ଟଙ୍କା ଓ ୪୬,୬୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୮୧୦ ଟଙ୍କା ଓ ୫୦,୭୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୯୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୬୮୦ ଟଙ୍କା ଓ ୫୦,୩୦୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦୦ ଟଙ୍କା କମି ୭୧,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.