ସୁନା କିଣିବାକୁ ଚାହୁଁଛନ୍ତି, ଏଠାରେ ଜାଣନ୍ତୁ ଆଜି କେତେ ରହିଛି ସୁନା ଦାମ୍

ଗତ ଦୁଇଦିନ ହେଲାଣି ସୁନା ଦାମରେ ଆସିନାହିଁ କୌଣସି ପରିବର୍ତ୍ତନ। ସୁନା ଦାମ ଗତକାଲି ଭଳି ସ୍ଥିର ରହିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା ୪୬,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୭,୦୦୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୬୦୦ ଟଙ୍କା ଓ ୪୯, ୭୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୦୦୦ ଟଙ୍କା ଓ ୪୭,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୩୦ ଟଙ୍କା ଓ ୫୦,୮୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୯୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୧୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬, ୮୫୦ ଟଙ୍କା ଓ ୫୦,୪୭୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ମଧ୍ୟ ଆଜି କମିଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦୦୦ଟଙ୍କା କମି ୭୩,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.