ଆହୁରି କାଚିବ! ବଙ୍ଗୋପସାଗରରେ ୧୧ରେ ଲଘୁଚାପ ସମ୍ଭାବନା, ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ହେବ ବର୍ଷା

ଭୁବନେଶ୍ବର: ଆସୁଛି ବଡ ବର୍ଷା। ବଙ୍ଗୋପସାଗରରେ ୧୧ ତାରିଖରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି। ପ୍ରଭାବରେ ୧୦ ତାରିଖରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ। ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଅନୁମାନ କରାଯାଉଛି।

୧୪ ତାରିଖ ଯାଏ ରହିବ ପ୍ରଭାବ। ଏହି ସମୟରେ ରାଜ୍ୟକୁ ପ୍ରବେଶ କରିବ ଦକ୍ଷିଣ ପଶ୍ଚିମ ମୌସୁମୀ। ଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ଅନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ୧୧ ତାରିଖ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଓ ଢେଙ୍କାନାଳ ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ।

ଏ ସମୟରେ ଅନେକ ଅଂଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହେବା ସହ କିଛି ସ୍ଥାନରେ ଫ୍ଲାସ ଫ୍ଲଡ୍‌ ଆଶଙ୍କା ମଧ୍ୟ ରହିଛି। ଫସଲ କ୍ଷୟକ୍ଷତି ହେବା ନେଇ ଅନୁମାନ କରାଯାଇଛି। ଏହାସହ ୧୧ ତାରିଖରେ ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷାର ଅନୁମାନ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.