କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦାମ୍

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୫୦ ଟଙ୍କା କମି ୪୭,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୨୦୦ ଟଙ୍କା କମି ୫୧,୬୦୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୩୫୦ ଟଙ୍କା ଓ ୪୯,୪୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୪୧୦ ଟଙ୍କା ଓ ୪୮,୪୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୫୦୦ ଟଙ୍କା ଓ ୫୧,୬୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୯୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୮୪୦ ଟଙ୍କା ଓ ୫୦,୪୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୨୦୦ ଟଙ୍କା କମି ୭୧,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.