ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୩୨୦ ଟଙ୍କା ବୃଦ୍ଧି ପାଇ ୪୬,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୩୨୦ ଟଙ୍କା ବୃଦ୍ଧି ପାଇ ୪୭,୭୫୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୪୦୦ ଟଙ୍କା ଓ ୪୮,୪୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୭୫୦ ଟଙ୍କା ଓ ୪୭,୭୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୫୫୦ଟଙ୍କା ଓ ୫୦,୫୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୩୧୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୦୫୦ ଟଙ୍କା ଓ ୪୯,୭୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ କିଲୋଗ୍ରାମ ପ୍ରତି ୨୦୦ ଟଙ୍କା ବୃଦ୍ଧି ପାଇ ୭୦,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.