ଯଦି ଆପଣ ସୁନା କିଣିବାକୁ ଚାହୁଁଚନ୍ତି, ଆଜି ହିଁ ଯାଇ କିଣିଆଣନ୍ତୁ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୪୬, ୮୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୦ ଟଙ୍କା କମି ୪୭, ୮୦୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪, ୭୪୦ ଟଙ୍କା ଓ ୪୮, ୮୧୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬, ୮୧୦ଟଙ୍କା ଓ ୪୭, ୮୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୯୦୦ ଟଙ୍କା ଓ ୫୦, ୯୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫, ୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯, ୯୦୦ ଟଙ୍କା ଥିବା ରେକର୍ଡ ହୋଇଛି ।
ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୨୦୦ ଟଙ୍କା ଓ ୪୯,୯୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ଗ୍ରାମ ପ୍ରତି ୧୦୦୦ ଟଙ୍କା କିମିଛି। ଆଜି ରୂପା କିଲୋଗ୍ରାମ ପ୍ରତି ୬୯,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।