ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୪୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୭,୪୯୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୮୨୦ ଟଙ୍କା ଓ ୪୮,୮୫୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୪୯୦ ଟଙ୍କା ଓ ୪୭,୪୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୫୦୦ ଟଙ୍କା ଓ ୫୦,୭୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୭୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୭୯୦ ଟଙ୍କା ଥିବା ରେକର୍ଡ ହୋଇଛି ।
ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୮୫୦ ଟଙ୍କା ଓ ୪୯,୫୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ୮୦୦ ଟଙ୍କା ବଢିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୬୨,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।