ଆଜି ଭାରତୀୟ ବଜାରରେ ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ସୁନା ଦାମ୍ ସାମାନ୍ଯ ବଢିଛି। ଆଜି ଓଡିଶା ରାଜଧାନୀ ଭୁବନେଶ୍ୱର ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮ ହଜାର ୫୪୦ ଟଙ୍କା ରହିଥିବା ନେଇ ଜଣାଯାଇଛି । ଯେବେକି ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬ ହଜାର ୪୧୦ ଟଙ୍କା ଓ ୪୭ ହଜାର ୪୧୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୪୧୦ ଟଙ୍କା ଓ ୪୭ ହଜାର ୪୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୬୬୦ ଟଙ୍କା ଓ ୫୦ ହଜାର ୯୧୦ ଟଙ୍କା ଥିବା ନେଇ ରେକର୍ଡ ହୋଇଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୯୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୦୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୦୧୦ ଟଙ୍କା ଓ ୪୯,୭୧୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୦୦ ଟଙ୍କା କମି ୬୩,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।