ବର ଗଛରୁ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

ଯାଜପୁର(କେନ୍ୟୁଜ୍‌) : ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ବରୀ ବ୍ଲକର ସାହୁପଡ଼ା ପଞ୍ଚାୟତ ହଳଦିବସନ୍ତ ଗ୍ରାମ ଖଳାବାଙ୍କୀ ପାଟ ନିକଟରେ। ଏଠାରେ ଏକ ବରଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବାର ଆଜି ଗ୍ରାମବାସୀ ଦେଖିବାକୁ ପାଇଥିଲେ।

ସଙ୍ଗେ ସଙ୍ଗେ ଏନେଇ ବରୀ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ବରୀ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ତେବେ ମୃତ ଯୁବକ ଜଣକ ନୂଆପଡା ଜିଲ୍ଲା ବଡେନ ଥାନା ଶରଧାପୁର ଗ୍ରାମର ଭରତ ମାଝି ବୋଲି ଜଣାପଡିଛି।

ଏଠାକୁ ଜଣେ ସାଙ୍ଗ ଘରକୁ ଆସିଥିବା ବେଳେ ଆଜି ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ଜଣା ପଡିନଥିବା ବେଳେ ବରୀ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.