ଗଭୀର ଅବପାତର ରୂପ ନେଲା ଅବପାତ, ଲଗାଣ ବର୍ଷାରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି

ଭୁବନେଶ୍ବର (କେନ୍ୟୁଜ): ଗଭୀର ଅବପାତର ରୂପ ନେଲା ଅବପାତ। ସକାଳ ୫ଟା ୩୦ରୁ ୬ଟା ୩୦ ମଧ୍ୟରେ ଚାନ୍ଦବାଲି ଉପକୂଳ ଅତିକ୍ରମ କରିଛି। ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ୨୪ ଘଣ୍ଟାରେ ପୁରୀରେ ସର୍ବାଧିକ ୩୪୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ପାରାଦୀପରେ ୨୧୯ ଓ ଭୁବନେଶ୍ୱରରେ ୧୯୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୮ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

ପୁରୀ, କଟକ, ଜଗତସିଂହପୁର, ଢେଙ୍କାନାଳ, ଗଞ୍ଜାମ, ଗଜପତି, ନୟାଗଡ଼ ଓ କେନ୍ଦ୍ରାପଡ଼ାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଯାଜପୁର ଓ ବୌଦ୍ଧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ରେଡ୍‌ ଓ୍ଵାର୍ଣ୍ଣିଂ ଜାରି ଜିଲ୍ଲାରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ । ଭାଙ୍ଗିପାରେ କଚ୍ଚା ଘର । ଦୁଇ ଦିନର ଲଗାଣ ବର୍ଷାରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । ବର୍ଷା ସମୟରେ ଘଣ୍ଟା ପ୍ରତି ପବନର ବେଗ ୪୫ରୁ ୫୫ କିଲୋମିଟର ଓ ଝଟକା ପବନ ୬୫ କିଲୋମିଟର ପର୍ଯ୍ୟନ୍ତ ରହିବ। ଆସନ୍ତାକାଲି ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗିରହିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.