କେନ୍ୟୁଜ୍(ବ୍ୟରୋ): ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପ୍ରଭାବରେ ଓଡ଼ିଶାରେ ଦୁଇ ଦିନ ପ୍ରବଳ ବର୍ଷିବ । ୨୪ ଘଣ୍ଟା ପାଇଁ ୧୮ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ପାଇଁ ଉପକୂଳ ଓଡ଼ିଶାର ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ବି ରେକର୍ଡ ହୋଇଛି । ୨୧ ତାରିଖଠାରୁ ବର୍ଷାର ପରିମାଣ କମିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ମୌସୁମୀ ସିଜିନରେ ଜୁନ୍ ୧ରୁ ଆଜି ଯାଏ ସ୍ୱାଭାବିକଠାରୁ ୧୨ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି ।