ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତରେ ଆଜି ୪ ଜଣଙ୍କ ଜୀବନ ନେଇଛି କରୋନା ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬ ଜଣ, ବାଲେଶ୍ୱରରୁ ୧୪ ଜଣ, ଭଦ୍ରକରୁ ୬ ଜଣ, ବରଗଡ଼ରୁ ୪ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୧୭ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୫ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୧୮୨ ଜଣ, ମୟୂରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୭ ଜଣ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୦ ହଜାର ୯୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୮ ହଜାର ୨୦୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୩୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
ସୂଚନା ଥାଉକି, ରାଜ୍ୟରେ ଗତକାଲି ୩୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା। କେବଳ ଖୋର୍ଦ୍ଧାରୁ ୧୫୭ ନୂଆ କେସ୍ ରହିଥିଲା । ଯାହା ମୋଟ ଆକ୍ରାନ୍ତଙ୍କ ୪୩.୦୧ ପ୍ରତିଶତ ଥିଲା ।
ଗତକାଲି ମୋଟ ପଜିଟିଭିଟି ରେଟ୍ ରହିଥିଲା ୦.୫୪ ପ୍ରତିଶତ । ୩୬୫ ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ରହିଥିଲେ ୫୬ ଜଣ । ୨୪ ଘଣ୍ଟାରେ ୬୬ ହଜାର ୬୧୦ କୋଭିଡ ଟେଷ୍ଟିଂ ହୋଇଥିଲାଛି । ରାଜ୍ୟରେ ମୋଟ ଆକ୍ଟିଭ୍ କେସ୍ ରହିଥିଲା ୪ ହଜାର ୫୬୩ ।